ଘସିପୁରାରେ ନିର୍ବାଚନୀ ହିଂସା: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ

ଘସିପୁରାରେ ନିର୍ବାଚନୀ ହିଂସା। ବିଜେଡି-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ଆକ୍ରମଣରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆହତ ହୋଇଥିବା ସୂଚନା ମିଳିଛି। ଏଥିରେ ୧୦ରୁ ଅଧତ୍କ ଗାଡ଼ି ଭାଙ୍ଗିରୁଜି ଯାଇଛି।ଘଟଣାରେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି।  କଂଗ୍ରେସପାଇଁ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା ସାନଖେମୁଣ୍ଡିର କଂଗ୍ରେସ ବିଧାୟକ ପ୍ରାର୍ଥୀ ରମେଶ ଜେନାଙ୍କ ଗାଡ଼ି ଉପରକୁ ମଧ୍ୟଆକ୍ରମଣ ହୋଇଛି। ବିଜେଡି କର୍ମୀ ଏହି ଆକ୍ରମଣ କରିଥିବା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅଭିଯୋଗ କରିଛନ୍ତି।

error: Content is protected !!