ଶ୍ରୀନଗର ୨୯|୩ : ଜମ୍ମୁ କଶ୍ମୀରର ବଡଗାମ ଜିଲ୍ଲାରେ ସୁରକ୍ଷାବାହିନୀର ଏନକାଉଣ୍ଟର । ଏନକାଉଣ୍ଟରେ ୨ଜଣ ଆତଙ୍କବାଦୀଙ୍କର ମୃତ ହୋଇଛି । ଜିଲ୍ଲାର ସୁତସୁ ଗାଁ ନିକଟ ଜଙ୍ଗଲରେ ଆତଙ୍କବାଦୀ ଲୁଚି ରହିବା ନେଇ ସୁରକ୍ଷାବାହିନୀର ଯବାନମାନଙ୍କୁ ଗୁଇନ୍ଦା ସଂସ୍ଥା ପକ୍ଷରୁ ସୂଚନା ମିଳିଥିଲା । ଏହା ପରେ ସୁରକ୍ଷାବାହିନୀର ଯବାନମାନେ ଘଟଣାସ୍ଥଳରେ ପହଂଚି ଏନକାଉଣ୍ଟର କରିଥିଲେ । ସେହି ଅଞ୍ଚଳରେ ଆହୁରି ୨ ରୁ ୩ ଜଣ ଆତଙ୍କବାଦୀ ଲୁଚି ରହିଥିବା ଅନୁମାନ କରୁଛି । ଏନକାଉଣ୍ଟରେ ୪ ଜଣ ଯବାନ ଆହତ ହୋଇଥିବା ଜଣାପଡିଛି । ଗତକାଲି ସୋପିଆ ଜିଲ୍ଲାରେ ସୁରକ୍ଷାବାହିନୀ ଗୁଳିରେ ୩ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ବିପୁଳ ଅସ୍ତ୍ରଶସ୍ତ୍ର ଜବତ କରାଯାଇଥିଲା ।