ଯୁବତୀଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ

ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୀଡ଼ିତାଙ୍କ ବାପା ଥାନାରେ ଏତଲା ଦେଇଛନ୍ତି।

ଦୁଷ୍କର୍ମ ପରେ ପୀଡିତାଙ୍କୁ ମାଡ ମରାଯାଇଥିବା ମଧ୍ୟ ଅଭିଯୋଗ ହୋଇଛି। ଏତଲାରେ ସୁକିନ୍ଦା ଅଞ୍ଚଳର ଜଣେ ରାଜନେତାଙ୍କ ସମ୍ପର୍କୀୟ ଓ ଅନ୍ୟ ଜଣଙ୍କ ନାଁ ଉଲ୍ଲେଖ ରହିଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି। ଅନ୍ୟପକ୍ଷେ, ଅଭିଯୁକ୍ତଙ୍କୁ ଗିରଫ କରିବା ଦାବିରେ ଗତକାଲି ରାତିରେ ସ୍ଥାନୀୟ ଲୋକେ ସୁକିନ୍ଦା ଥାନା ଆଗରେ ହୋହାଲ୍ଲା କରିଥିଲେ।

error: Content is protected !!