ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କୁ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସାକ୍ଷାତ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତିଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ।
ସାମୁଦ୍ରିକ ବାତ୍ୟା ଫନି ଦ୍ୱାରା ରାଜ୍ୟରେ ହୋଇଥିବା ବ୍ୟାପକ କ୍ଷୟକ୍ଷତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଅବଗତ କରାଇବା ସହ ରିଲିଫ ଓ ଥଇଥାନ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ। ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ରାଜ୍ୟରେ ସାଧାରଣ ଅବସ୍ଥା ଶୀଘ୍ର ଫେରିଆସିବା ନେଇ କାମନା କରିଥିଲେ।