୪୨୪୧ ନୂଆ କରୋନା ପଜିଟିଭ୍ ଚିହ୍ନଟ : ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୬୫୮୦

ଭୁବନେଶ୍ବର (NEWS TODAY): ଗୁରୁବାର ରାଜ୍ୟରୁ ଆଉ ୪୨୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫୦୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୧୭୩୯ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥ୍ୟକୁ ଆଧାର କରି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ବିଟ କରି ଏହି ସୂଚନା ଦିଆଯାଇଛି। ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ଏହି ୪୨୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ୮୪, ବାଲେଶ୍ବରରୁ ୧୪୧, ବରଗଡ଼ରୁ ୧୪୯, ଭଦ୍ରକରୁ ୭୨ ଏବଂ ବଲାଙ୍ଗୀରରୁ ୪୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।ସେହିପରି ବୌଦ୍ଧରୁ ୯୪, କଟକରୁ ୩୮୯, ଦେବଗଡ଼ରୁ ୬, ଢ଼େଙ୍କାନାଳରୁ ୮୬, ଗଜପତିରୁ ୨୩, ଗଞ୍ଜାମରୁ ୭୫, ଜଗତସିଂହପୁରରୁ ୧୨୬, ଯାଜପୁରରୁ ୧୫୦, ଝାରସୁଗୁଡାରୁ ୧୧୧, କଳାହାଣ୍ଡିରୁ ୧୧୪, କନ୍ଧମାଳରୁ ୧୧୬, କେନ୍ଦ୍ରାପଡାରୁ ୧୦୩, କେନ୍ଦୁଝରରୁ ୭୭, ଖୋର୍ଦ୍ଧାରୁ ୬୪୭, କୋରାପୁଟରୁ ୯୮ ଏବଂ ମାଲକାନଗିରିରୁ ୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

error: Content is protected !!